ଭୁବନେଶ୍ୱର: ଭୁବନେଶ୍ୱର ପଳାଶୁଣୀ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଣୀବିହାର ଓ ରସୁଲଗଡ଼କୁ ସଂଯୋଗ କରୁଥିବା ରାସ୍ତାରେ ଏକ ଦ୍ରୁତଗାମୀ ଆମ ବସ୍ ଜଣେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ବାରମ୍ବାର 'ଆମ ବସ୍' ଦ୍ୱାରା ଦୁର୍ଘଟଣା ଘଟୁଥିବା ଅଭିଯୋଗ କରି ଲୋକେ ଜାତୀୟ ରାଜପଥ ଓ ସର୍ଭିସ ରୋଡ୍ ଅବରୋଧ କରିଥିଲେ। ଏହି ରାସ୍ତା ରୋକ ଯୋଗୁଁ ପ୍ରାୟ ଏକ ଘଣ୍ଟାରୁ ଅଧିକ ସମୟ ଧରି ଶତାଧିକ ଗାଡ଼ି ମୋଟର ଅଟକି ରହିଥିଲା, ଯାହାଫଳରେ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବର ପାଇ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ରାସ୍ତା ସଫା କରିଥିଲେ। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ବସ୍ ଚାଳକଙ୍କ ଅବହେଳା ଯୋଗୁଁ ଏହି ଦୁର୍ଘଟଣା ଘଟିଛି କି ନାହିଁ, ତାହା ଜାଣିବା ପାଇଁ ପୋଲିସ ସିସିଟିଭି ଫୁଟେଜ୍ର ଯାଞ୍ଚ କରୁଛି।
ଭୁବନେଶ୍ୱରରେ ଆମ ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

