ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା କୋଦଳାରେ ଘରୋଇ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଜଣେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କିଛି ଶିଶୁ ଓ ମହିଳା ଥିବା ସୂଚନା। ୨ ଗୁରୁତର ବ୍ରହ୍ମପୁର ସ୍ଥାନାନ୍ତର ହୋଇଛନ୍ତି। ଅନ୍ୟ ଆହତ କୋଦଳା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ବସ୍ଟି ମୋଟ୍ ୩୦ ଯାତ୍ରୀଙ୍କୁ ନେଇ ପୋଲସରାରୁ ଭୁବନେଶ୍ବର ଯାଉଥିବା ବେଳେ ଘଟିଛି ଦୁର୍ଘଟଣା।
powered by social2s

