ଓଡ଼ିଶାରେ ଖୋଲିବ ୫ଟି ନୂଆ ସାଇବର କୋର୍ଟ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଓଡ଼ିଶାରେ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ ପ୍ରତିଷ୍ଠା ପାଇଁ ଯୋଜନା କରିଛନ୍ତି ଓଡ଼ିଶା ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦେଇଥିବା ସୂଚନା ଅନୁଯାୟୀ, ସାଇବର ଅପରାଧର ତ୍ୱରିତ ବିଚାର ପାଇଁ ଖୋଲାଯିବ ସ୍ବତନ୍ତ୍ର କୋର୍ଟ। ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମନ୍ତ୍ରୀ କହିଛନ୍ତି ଯେ, ମହିଳାଙ୍କ ପାଇଁ ସ୍ବତନ୍ତ୍ର ୭ଟି କୋର୍ଟ ଖୋଲାଯିବା ନେଇ ଯୋଜନା କରୁଛନ୍ତି ରାଜ୍ୟ ସରକାର।

powered by social2s