ଦଶାହ ଭୋଜି ଖାଇ ୪ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସୁନ୍ଦରଗଡ଼: ଦଶାହ ଭୋଜି ଖାଇ ୪ ଜଣ ପ୍ରାଣ ହରାଇଥିବା ବେଳେ ୧୭ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ସୂଚନା। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ନୂଆଡ଼ିହି ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଅତାବିରା ପଞ୍ଚାୟତ ସୁନାଖାଏନ ଗାଁରେ ଝାଡ଼ାବାନ୍ତିରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତିରେ ୧୭ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏକ ଶୁଦ୍ଧକ୍ରିୟା ଭୋଜି ଖାଇ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଉଭୟ ଗାଁରେ ଡାକ୍ତରୀ ଟିମ୍ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି।

powered by social2s