ଭୁବନେଶ୍ୱର : ଏଥର ଜୁନ୍ରୁ ସେପ୍ଟେମ୍ୱର ମଧ୍ୟରେ ସ୍ୱାଭାବିକଠାରୁ କମ୍ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, "ଜୁନ୍ରେ ସ୍ୱାଭାବିକଠାରୁ ୯୨ ପ୍ରତିଶତ କମ୍ ବର୍ଷା ହେବ। ଦେଶର ମଧ୍ୟ ଭାଗରେ ୯୪% କମ୍ ବର୍ଷା ହେବା ଆଶଙ୍କା ରହିଛି। ଓଡ଼ିଶାରେ ମଧ୍ୟ ସ୍ୱାଭାବିକଠୁ କମ୍ ବର୍ଷା ସମ୍ଭାବନା ରହିଛି। ଏବେ ଏଲ୍-ନିନୋ ସ୍ଥିତିରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ମହାରାଷ୍ଟ୍ରରେ ଗ୍ରୀଷ୍ମପ୍ରବାହ ସତର୍କତା ଜାରି କରାଯାଇଛି।" ମେ ୧୬ ତାରିଖରେ ଆଣ୍ଡାମାନ ଛୁଇଁ ସାରିଛି ମୌସୁମୀ।
powered by social2s

