ଭୁବନେଶ୍ୱର: କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇ ରେ ରୋଗୀଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସନ୍ ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ 2020 ଅପ୍ରେଲରୁ ବ୍ୟବହାର କରିଆସୁଥିଲେ । ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀ ର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତିରେ ଗତ ୧୫ ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।
powered by social2s

