ଭୁବନେଶ୍ୱର : ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ଓଡ଼ିଶା ପୁଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ ନେଇଛି। ୧୫ ଆଇପିଏସ୍ ଅଧିକାରୀଙ୍କୁ ୧୭ଟି ଜିଲ୍ଲାର ସ୍ୱତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ ଦିଆଯାଇଛି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଦାୟିତ୍ୱ ମିଳିଥିବା ବେଳେ ସ୍ପେଶାଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ ଦିଆଯାଇଛି। ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ ଦିଆଯାଇଛି। ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ ମିଳିଛି। ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ ଜିଲ୍ଲା ତଦାରଖ ଦାୟିତ୍ୱ ମିଳିଛି। ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର ଜିଲ୍ଲା ଦାୟିତ୍ୱ ଦିଆଯାଇଛି। ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ୍. ସାଇନିଙ୍କୁ ବଲାଙ୍ଗୀର, ଆଇଜି ଏସ୍.ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲ୍ଲା ଦାୟିତ୍ୱ ମିଳିଛି। ଆସନ୍ତା ଜୁଲାଇ ମାସରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ୍ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ କରାଯାଇଛି।
୧୫ ଆଇପିଏସ୍ ଅଧିକାରୀଙ୍କୁ ଓଡ଼ିଶାର ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

