୧୨ଟି ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍‌ ମଞ୍ଜୁରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ର ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସବୁଠୁ ଗୁରୁତ୍ବପୂର୍ଣ୍ଣ ‘ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧି’ ପ୍ରସ୍ତାବ ଅନୁମୋଦିତ ହୋଇଛି। ନାମଲେଖା ପାଇଁ ଛାତ୍ରଛାତ୍ରୀଙ୍କୁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ୍‌ରେ ନାମଲେଖା ମାଗଣା ରହିବ। ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ ଆମର ଲକ୍ଷ୍ୟ ବୋଲି ବୈଠକ ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ। କେଜିରୁ ପିଜି ମାଗଣା ଶିକ୍ଷାକୁ ସରକାର ଗୁରୁତ୍ବ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ସରକାରୀ ଶିକ୍ଷାନୁଷ୍ଠାନରେ ସ୍ନାତକୋତ୍ତର ଶିକ୍ଷା ପର୍ଯ୍ୟନ୍ତ ନାମଲେଖା ଦେୟ ପଡ଼ିବନି। ରେଗୁଲାର୍ ପାଠ୍ୟକ୍ରମରେ ନାମ ଲେଖାଇବାକୁ ସମ୍ପୂର୍ଣ୍ଣ ନାମଲେଖା ଫି’ ଛାଡ଼ କରାଯାଇଛି। ସରକାରୀ ବିଶ୍ୱବିଦ୍ୟାଳୟ, ସରକାରୀ/ସରକାରୀ ଅନୁଦାନପ୍ରାପ୍ତ କଲେଜରେ ଫି ପଡ଼ିବ ନାହିଁ। ସେଲ୍ଫ-ଫାଇନାନ୍‌ସିଂ, ବୃତ୍ତିଗତ ଓ ବୈଷୟିକ ଶିକ୍ଷା ଏହାର ଅନ୍ତର୍ଭୁକ୍ତ ନୁହେଁ। ଚଳିତ ଶିକ୍ଷାବର୍ଷ ୨୦୨୬-୨୭ରୁ ଏହା କାର୍ଯ୍ୟକାରୀ ହେବ। ବର୍ଷକୁ ସରକାରଙ୍କୁ ଏଥିପାଇଁ ୮୯୫ କୋଟି ବହନ କରିବାକୁ ପଡ଼ିବ। ଆସନ୍ତା ୫ ବର୍ଷରେ ୫ ହଜାର ୪୬୭ କୋଟି ବ୍ୟୟ ହେବ।

powered by social2s