ଭୁବନେଶ୍ୱର :ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ହଜାରେ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ୍ ଘୋଷଣା କରାଯାଇଛି। ୩୩% କିମ୍ବା ଊର୍ଦ୍ଧ୍ୱ ଫସଲ କ୍ଷତି ହୋଇଥିଲେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସହାୟତା ମିଳିବ। ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦, ଜଳସେଚିତ ଜମି ପାଇଁ ୧୭୦୦୦ ମିଳିବ। ୧୨ ମାସୀ ଫସଲ କ୍ଷତି ହୋଇଥିଲେ ହେକ୍ଟର ପିଛା ୨୨,୫୦୦ ମିଳିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ଧାନ ଓ ଅଣଧାନ ବିହନ କିଣିବାକୁ ଆର୍ଥିକ ସହାୟତା ଦିଆଯିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ମାଗଣା ପନିପରିବା ମିନି କିଟ୍ ମିଳିବ। ବନ୍ୟା ପରବର୍ତ୍ତୀ ରୋଗ ପୋକ ଜନିତ କ୍ଷତିଗ୍ରସ୍ତ ପାଇଁ ୭୫% ସବସିଡି ମିଳିବ। କ୍ଷତିଗ୍ରସ୍ତ ଉଠା ଜଳସେଚନ ଯୁଦ୍ଧକାଳୀନ ଭିତ୍ତିରେ ହେବ ମରାମତି। ପ୍ରାଣୀ ସମ୍ପଦ କ୍ଷତିପୂରଣ ପାଇଁ ସହାୟତା ମିଳିବ। ପୋଖରୀ, ଡଙ୍ଗା ଓ ଜାଲ ନଷ୍ଟ ହୋଇଥିଲେ ମିଳିବ ଆର୍ଥିକ ସହାୟତା। ଇଚ୍ଛୁକ ଚାଷୀଙ୍କ ସ୍ୱଳ୍ପ ମିଆଦି ଖରିଫ ଋଣକୁ ମଧ୍ୟମ କୃଷି ଋଣରେ ପରିବର୍ତ୍ତନ କରାଯିବ। ହସ୍ତଶିଳ୍ପ କ୍ଷତିଗ୍ରସ୍ତ ପାଇଁ ୫ହଜାର ଆର୍ଥିକ ସହାୟତା ପ୍ରଦାନ କରାଯିବ।
ବନ୍ୟା କ୍ଷୟକ୍ଷତି ପାଇଁ ହଜାରେ କୋଟିର ପ୍ୟାକେଜ ଘୋଷଣା
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

