ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା। ୨ ଗୁଣା ପୋଷାକ ଭତ୍ତା ବୃଦ୍ଧି କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ ୬୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଚିଫ୍‌ ୱାର୍ଡର୍, ୱାର୍ଡର୍ ଓ ମହିଳା ୱାର୍ଡରଙ୍କ ପୋଷାକ ଭତ୍ତା ୮ ହଜାରକୁ ବୃଦ୍ଧି କଲେ ରାଜ୍ୟ ସରକାର। ବର୍ଷକୁ ଅତିରିକ୍ତ ୯୬.୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହା ଦ୍ୱାରା ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ। ଚଳିତ ଆର୍ଥିକ ବର୍ଷରୁ ଏହି ନୂଆ ପୋଷାକ ଭତ୍ତା ଲାଗୁ ହେବ।

powered by social2s