ଭୁବନେଶ୍ୱର : ଯେଉଁ ସ୍ଥାନରେ ସ୍କ୍ରବ୍ ଟାଇଫସ୍ ଚିହ୍ନଟ ହେଉଛି, ସେଠାକୁ ଡାକ୍ତରୀ ଦଳ ଯିବେ ବୋଲି ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଲେ ଯେ, ସ୍କ୍ରବ୍ ଟାଇଫସ୍ର ଚିକିତ୍ସା ଓ ନିୟନ୍ତ୍ରଣ ପାଇଁ ଗାଇଡ୍ଲାଇନ୍ ପ୍ରସ୍ତୁତ କରାଯାଇଛି। ରୋଗୀ ଚିହ୍ନଟ, ଚିକିତ୍ସା, ପ୍ରତିଷେଧକମୂଳକ ପଦକ୍ଷେପ ନେଇ ହେବ ଗାଇଡଲାଇନ। ସ୍କ୍ରବ୍ ଟାଇଫସ୍ ଯେପରି ଅନ୍ୟ ଅଞ୍ଚଳକୁ ନ ବ୍ୟାପେ, ସେଥିପାଇଁ ପଦକ୍ଷେପ ନିଆଯାଇଛି। ରୋଗ ଚିହ୍ନଟ ହେଉଥିବା ଅଞ୍ଚଳରେ ସଚେତନତା ଓ ନିୟନ୍ତ୍ରଣ ପଦକ୍ଷେପ ନିଆଯିବ।
powered by social2s

