ଭୁବନେଶ୍ୱର : ସେପ୍ଟେମ୍ବର ୧୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ପ୍ରଧାନମନ୍ତ୍ରୀଙ୍କ ୭୬ ତମ ଜନ୍ମଦିନରେ 'ଆଶୀର୍ବାଦର ଦୀପ' ଜାଳନ୍ତୁ ବୋଲି ସାମାଜିକ ଗଣମାଧ୍ୟମରେ ନିବେଦନ କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସାରା ଓଡ଼ିଶାରେ ଆୟୋଜିତ ହେବ 'ଆଶୀର୍ବାଦର ଦୀପ' କାର୍ଯ୍ୟକ୍ରମ। ସକାଳେ କିମ୍ବା ସନ୍ଧ୍ୟାରେ ଦୀପ ପ୍ରଜ୍ଜ୍ୱଳିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ନିଜ ଘର, ମନ୍ଦିର କିମ୍ବା କୌଣସି ପ୍ରମୁଖ ସ୍ଥାନରେ ଦୀପ ଜାଳିପାରିବେ। ଜନକଲ୍ୟାଣକାରୀ ଯୋଜନାର ହିତାଧିକାରୀ ଶୁଭେଚ୍ଛା ବାର୍ତ୍ତା ଦେଇପାରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ ପ୍ରାର୍ଥନା କରନ୍ତୁ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ୍ ପାଇଁ କଲେ ଅନୁରୋଧ।
powered by social2s

