ଭୁବନେଶ୍ୱର : ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ଯେ,`ଥାଇଲ୍ୟାଣ୍ଡ ଉପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ଉତ୍ତର ଆଣ୍ଡାମାନ ସାଗରମୁହାଁ ହେଉଛି। ସେପ୍ଟେମ୍ବର ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର, ଓଡ଼ିଶାମୁହାଁ ହୋଇପାରେ। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିଛି।' ବାତ୍ୟା ନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ କୁହାଯାଇପାରିବ ନାହିଁ ବୋଲି କହିଲେ ମହାପାତ୍ର। ସେ ଆହୁରି କହିଛନ୍ତି ଯେ, ଲଘୁଚାପ କ୍ଷେତ୍ର ଯୋଗୁଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ।
powered by social2s

