ଅକ୍ଟୋବର ୨୭ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଅକ୍ଟୋବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସାଂସଦ ନବ ଚରଣ ମାଝୀ ଦେଇଛନ୍ତି ସୂଚନା। ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତ କରି ୨୮ରେ ଫେରିଯିବେ ରାଷ୍ଟ୍ରପତି। ମେଗା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ହେବେ ସାମିଲ। ୨୬ରୁ ୩୦ ଯାଏଁ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବ। ଦିଲ୍ଲୀର ୧୦୦ରୁ ଊର୍ଦ୍ଧ୍ୱ ଚକ୍ଷୁ ବିଶେଷଜ୍ଞ ଲୋକଙ୍କ ଚିକିତ୍ସା କରିବେ।

powered by social2s