ଭୁବନେଶ୍ୱର : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସମେତ ୬ ଦଫା ଦାବି ନେଇ ବନ୍ଦ ଡାକରା ଦିଆଯାଇଛି। ଭୁବନେଶ୍ୱର ବରମୁଣ୍ଡା ବସ୍ ଷ୍ଟାଣ୍ଡ ସମ୍ମୁଖରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଛାତ୍ର ନବନିର୍ମାଣ ଛାତ୍ର ସଂଗଠନ । ବସ୍ ଷ୍ଟାଣ୍ଡରୁ କୌଣସି ବସ୍ ବାହାରିବାକୁ ଦିଆଯାଉନାହିଁ। କଟକ ନେତାଜୀ ବସ୍ ଟରମିନାଲରୁ ସ୍ୱାଭାବିକ ରହିଛି ବସ୍ ଚଳାଚଳ। ବହୁ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଛି। ବାଲେଶ୍ବର ଜିଲ୍ଲା ସୋର ତଳନଗର ଛକରେ ଜାତୀୟ ରାଜପଥ -୧୬ ଅବରୋଧ କରିଛନ୍ତି ବିକ୍ଷୋଭକାରୀ। ଜଗତସିଂହପୁର ଜିଲ୍ଲାରେ ବନ୍ଦ ରହିଛି ଗାଡ଼ି ଚଳାଚଳ ଓ ଦୋକାନ ବଜାର। ରାଜ୍ୟରେ ଛାତ୍ରଛାତ୍ରୀଙ୍କ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ୍ ରହିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଵୀକାର କରିବା ସତ୍ତ୍ୱେ ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ସଂଗଠନ ପକ୍ଷରୁ ପ୍ରଶ୍ନ କରାଯାଇଛି।
ଆଜି ଓଡ଼ିଶା ବନ୍ଦ; ଗାଡ଼ି ଚଳାଚଳ ପ୍ରଭାବିତ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

