କଟକ: କବିବର ରାଧାନାଥ ରାୟ ଆଧୁନିକ ଓଡ଼ିଆ କାବ୍ୟ-ସାହିତ୍ୟର ଜଣେ କାଳଜୟୀ ସ୍ରଷ୍ଟା । ଓଡ଼ିଆ ଭାଷାର ସୁରକ୍ଷା ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦିଗରେ ସେ ଅଗ୍ରଣୀ ଭୂମିକା ନିର୍ବାହ କରିଥିଲେ । ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ସୋମବାର ପୂର୍ବାହ୍ନରେ ଅନୁଷ୍ଠାନ ପରିସରରେ ଆୟୋଜିତ କବିବର ରାଧାନାଥ ରାୟଙ୍କ ଜୟନ୍ତୀ ଉତ୍ସବରେ ଉପରୋକ୍ତ ମତ ପ୍ରକାଶ ପାଇଛି । ଅନୁଷ୍ଠାନର ସଭାପତି ଡକ୍ଟର ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସଭାରେ ଉପସଭାପତି ବ୍ରହ୍ମାନନ୍ଦ ବିଶ୍ୱାଳ, ସାଧାରଣ ସଂପାଦକ ରାଜୀବ କୁମାର ଷଡ଼ଙ୍ଗୀ, ପାଠାଗାର ସଂପାଦକ ବ୍ରହ୍ମାନନ୍ଦ ମହାନ୍ତି, କାର୍ଯ୍ୟନିର୍ବାହିକା ସମିତି ସଭ୍ୟ ପ୍ରାଧ୍ୟାପକ ଆଦିତ୍ୟ ପ୍ରତାପ ଧଳ, ଡକ୍ଟର ବୈଜୟନ୍ତୀମାଳା ଶତପଥୀଙ୍କ ସମେତ ପୂର୍ବତନ ସଂଗଠନ ସଂପାଦକ ଡକ୍ଟର ସୁନାମଣି ରାଉତ, ପ୍ରାଧ୍ୟାପକ ଉମାଶଙ୍କର ମିଶ୍ର, ସୌର ମୋହନ ଶତପଥୀ, ଓଁକାରନାଥ ଘୋଷ, ଅଦ୍ୱୈତ ଚରଣ ନାୟକ, କୈଳାସ ଚନ୍ଦ୍ର ମିଶ୍ର ପ୍ରଭୃତି କବିବରଙ୍କ ଜୀବନ ଓ ପ୍ରତିଭାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ପ୍ରାରମ୍ଭରେ ଅନୁଷ୍ଠାନ ପରିସରସ୍ଥ କବିବର ରାଧାନାଥ ରାୟଙ୍କ ପ୍ରତିମୂର୍ତ୍ତି ସମେତ ଅନ୍ୟ ବରପୂତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।
ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ କବିବର ରାଧାନାଥ ରାୟ ଜୟନ୍ତୀ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

