ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଶାରଦୀୟ ନବରାତ୍ର ପୂଜା। ବିଭିନ୍ନ ଦେବୀ ପୀଠରେ ଆରାଧନା କରାଯାଉଛି। ଯାଜପୁର ବିରଜା ପୀଠରେ ମା'ଙ୍କ ପାଦ ସ୍ପର୍ଶ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଦୁର୍ଗାପୂଜା ଉତ୍ସବ ଅବସରରେ ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା। ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ୱରୂପ ଶ୍ରୀଜଗନ୍ନାଥ ଗୁପ୍ତ ଗୁଣ୍ଡିଚାରେ ମହାଲକ୍ଷ୍ମୀ ସ୍ୱରୂପା ମା' ଦୁର୍ଗାଙ୍କୁ ନେଇ ଦୋଳମଣ୍ଡପ ସାହି ସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଥାନ୍ତି।
powered by social2s

