ଭୁବନେଶ୍ୱର : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)ଡାଟା ସେଣ୍ଟର ଓ ସାଇବର୍ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜଟଣୀ ଇନ୍ଫୋଭାଲି-୨ରେ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସାମିଲ ଥିଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଧନ ସିଂହଦେଓ ଉତ୍ସବରେ ସାମିଲ ଥିଲେ। ସେଣ୍ଟର ଉଦ୍ଘାଟନ ପରେ ପ୍ରଧାନମନ୍ତ୍ରୀ କହିଲେ ଯେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ଭୁବନେଶ୍ବରରେ ନୂଆ ସଂସ୍ଥା ଖୋଲିଛି। ନୂଆ ଭାରତ ନିର୍ମାଣରେ ନୂଆ ଅବଦାନ ଭେଟିଦେଲା। ଦେଶର ବିକାଶରେ ଛୋଟ ସହରର ବଡ଼ ଭୂମିକା ରହିବା ଦରକାର। ଆଜିର ଏହି ସଂସ୍ଥା ଓଡ଼ିଶାର ଓ ଦେଶର ବିକାଶ ପାଇଁ କାର୍ଯ୍ୟ କରିବ।
powered by social2s

