ଗଛରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଏରସମା ଥାନା ଅଞ୍ଚଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଝାଉଁବଣ ଭିତରୁ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକ ହେଲେ ଗଡ଼କୁଜଙ୍ଗ ଗାଁର ବିଶିକେଶନ ସ୍ୱାଇଁ। ସେ ୨ ଦିନ ତଳେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଏହାକୁ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ଯୁବକଙ୍କୁ ମାରି ଗଛରେ ଟାଙ୍ଗି ଦିଆଯାଇଥିବା ସେମାନେ କହିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

powered by social2s