ଭୁବନେଶ୍ୱର: ବନ୍ୟା ପରିଚାଳନାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରେସମିଟ୍ କରିଛନ୍ତି। ଗଞ୍ଜାମ ବନ୍ୟା ପାଇଁ ୨୪ ବର୍ଷର ବିଫଳତାକୁ ଦାୟୀ କରିଛନ୍ତି ରାଜସ୍ୱ ମନ୍ତ୍ରୀ। ଗଞ୍ଜାମର ବିଭିନ୍ନ ନଦୀ ଓ ଡ୍ୟାମରେ ଜଳ ପରିଚାଳନାକୁ ନେଇ ଟାର୍ଗେଟ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ବିଭିନ୍ନ ନଦୀରେ ଜଳ ଛାଡିବା ବ୍ୟବସ୍ଥାକୁ ଅଟୋମେଟିକ୍ ରଖା ଯାଇଥିଲା। ମାତ୍ରାଧିକ ବର୍ଷା କାରଣରୁ ଅଚାନକ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। IMD ପକ୍ଷରୁ ଆକଳନ ଅନୁସାରେ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ତେବେ ଆକଳନ ଠାରୁ ଅଧିକ ବର୍ଷା ହେବାରୁ ସ୍ଥିତି ବିଗିଡିଲା। ୨୮, ୨୯, ୩୦ରେ ପ୍ରବଳ ବର୍ଷା ହେବାରୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଗଞ୍ଜାମରେ ୩ ଦିନରେ ୩୩୭.୬ ମିଲିମିଟର ବର୍ଷା ହୋଇଥିଲା। ଏହି ସମୟରେ ପାତ୍ରପୁରରେ ୮୦୮.୪ ମିମି ବର୍ଷା ରେକର୍ଡ ହୋଇଥିଲା। ଗୋଟିଏ ଦିନରେ ପାତ୍ରପୁରରେ ୫୪୬ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା। ବନ୍ୟା ସ୍ଥିତିର ମୁକାବିଲା ପାଇଁ ୮ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଆଗାମୀ ଦିନରେ ବନ୍ୟା ସ୍ଥିତିର ମୁକାବିଲା ପାଇଁ ବିଭିନ୍ନ IIT ସହ ଆଲୋଚନା କରାଯିବ। ୨୪ ବର୍ଷର ସରକାର ନିଜ ବିଫଳତା ଲୁଚାଇବାକୁ ଆମକୁ ଦୋଷ ଦେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ଆସନ୍ତା ବିଧାନସଭାରେ ବିରୋଧୀ ତଥ୍ୟ ସହ ଉତ୍ତର ଦେବାକୁ ଅନୁରୋଧ କରିଛନ୍ତି। ତିତିଲି ସମୟରେ ୭୨ ଓ ଫନି ସମୟରେ ୬୫ ଜଣଙ୍କ ମୃତ୍ୟୁ ହୋଇଥିଲା। ଆମ ସରକାରରେ ଜିରୋ କାଜୁଆଲିଟିକୁ ଆମେ ପ୍ରାଥମିକତା ଦେଉଛୁ। ମାତ୍ର ପାହାଡରୁ ପଥର ଖସିବାର କୌଣସି ପୂର୍ବାନୁମାନ ନ ଥାଏ ବୋଲି ସୁରେଶ ପୂଜାରୀ କହିଛନ୍ତି।
ଗଞ୍ଜାମ ବନ୍ୟା ପାଇଁ ୨୪ ବର୍ଷର ବିଫଳତାକୁ ଦାୟୀ କଲେ ରାଜସ୍ୱ ମନ୍ତ୍ରୀ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

