ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପ୍ରତିଦିନ ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବ। ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ଗ୍ରାଉଣ୍ଡ ଓ ପ୍ରଥମ ଫ୍ଲୋର୍ରେ ପରୀକ୍ଷା ବ୍ୟବସ୍ଥା କରାଯିବ। ଆସନ୍ତା ମାର୍ଚ୍ଚ ୧୨ରୁ ୨୭ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେବ। ବୋର୍ଡ ପକ୍ଷରୁ ଜାରି ବିଜ୍ଞପ୍ତି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
powered by social2s

