ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅବପାତରେ ପରିଣତ ହୋଇଛି। ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା ସହ ୧୭ ତାରିଖରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ୧୮, ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବ। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବର୍ଷା ଆଲର୍ଟ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆଜି ସୁଦ୍ଧା ସମୁଦ୍ର ମଧ୍ୟରୁ ଫେରି ଆସିବାକୁ ଚେତାବନୀ ଦିଆଯାଇଛି।
powered by social2s

