ଓଡ଼ିଶାରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

powered by social2s