ଭୁବନେଶ୍ୱର: ପଶ୍ଚିମବଙ୍ଗର ଦୀଘା ମନ୍ଦିର ପରିସରରୁ ‘ଧାମ’ ଶବ୍ଦ ହଟିଲା। ଶୁଭେନ୍ଦୁ ସରକାର ଆନୁଷ୍ଠାନିକ ଭାବେ ଏହି ଶବ୍ଦ ହଟାଇ ଦେଇଛନ୍ତି। ବର୍ତ୍ତମାନ ଏହି ପରିସର ‘ଶ୍ରୀଶ୍ରୀ ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର’ ନାଁରେ ଏବଂ ମନ୍ଦିର ‘ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିର’ ନାଁରେ ନାମିତ ହେବ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମ୍ବେଦନଶୀଳତା ଓ ତ୍ୱରିତ ପଦକ୍ଷେପ ପାଇଁ ସାଧୁବାଦ ଜଣାଇବା ସହ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ପକ୍ଷରୁ କୃତଜ୍ଞତା ଜଣାଇଛନ୍ତି।
powered by social2s

