କଟକ: କଟକ ପୁରୀଘାଟ ଥାନା ଅଞ୍ଚଳରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନେଇ ପୋଲିସ କମିଶନର ଏସ୍. ଦେବଦତ୍ତ ସିଂ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ୪୮ ଘଣ୍ଟା ଭିତରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଦେଲେ ପୋଲିସ କମିଶନର। ଏହି ଘଟଣାରେ ପୋଲିସ ପକ୍ଷରୁ କୌଣସି ଅବହେଳା ହୋଇଛି କି ନାହିଁ, ତାହା ମଧ୍ୟ ତଦନ୍ତ ପରିସରଭୁକ୍ତ ହେବ ବୋଲି ସିପି ସ୍ପଷ୍ଟ କରିଛନ୍ତି। ଗତକାଲି ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଜଣେ ପ୍ରାଣ ହରାଇଥିବା ବେଳେ ଏକାଧିକ ଆହତ ହୋଇଥିବା ସୂଚନା।
powered by social2s

