ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବିତ ୧୨ ଜିଲ୍ଲା କୁ କୋଭିଡ଼ ସଂକ୍ରମଣ ବୃଦ୍ଧି ଆଶଙ୍କା କରାଯାଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗକୁ ଚିଠି କରାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଗୁଡିକୁ ଚିଠି ଲେଖିଛନ୍ତି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, କଟକ, ଢେଙ୍କାନାଳ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କୁ ଚିଠି ଲେଖିଛନ୍ତି ମହାପାତ୍ର। ଏଥିରେ ବାତ୍ୟା ଆଶ୍ରୟସ୍ଥଳୀରୁ ଫେରିଥିବା ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରାଯିବ। ଆଶା ଓ ଅଙ୍ଗନବାଡି କର୍ମୀ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀ ମହାପାତ୍ର। ଏହାସହ ପୁନରୁଦ୍ଧାର ରେ ନିୟୋଜିତ ଲୋକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ମଧ୍ୟ ଯାଞ୍ଚ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି।
powered by social2s

