ପୂର୍ତ୍ତ ବିଭାଗ ପକ୍ଷରୁ ବାତ୍ୟା "ୟାସ୍" ପ୍ରଭାବିତ ସମସ୍ତ ୫ଟି ଜିଲ୍ଲାରେ ରାସ୍ତା ମରାମତି ସମ୍ପୂର୍ଣ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times
 
ଭୁବନେଶ୍ୱର, ୨୯/୦୫/୨୦୨୧
ପୂର୍ତ୍ତ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପୂର୍ବ ପ୍ରସ୍ତୁତି ସହ ବାତ୍ୟା 'ୟାସ' ପ୍ରଭାବିତ ସମସ୍ତ ୫ଟି ଜିଲ୍ଲାରେ ରାସ୍ତାଘାଟର ମରାମତି ସମ୍ପୂର୍ଣ ହେଇଛି।
ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବାତ୍ୟା 'ୟାସ' ରେ ସର୍ବାଧିକ ପ୍ରଭାବିତ ବାଲେଶ୍ବର ଜିଲ୍ଲାରେ ବିଭାଗ ଅଧୀନରେ ଥିବା ମୋଟ ୭୦ଟି ରାସ୍ତା ମଧ୍ୟରୁ ୫୩ଟି ଯୋଗାଯୋଗ ବିଛିନ୍ନ ହୋଇଥିଲା, ଯାହାକୁ କି ତ୍ୱରିତ ପଦକ୍ଷେପ ନିଆଯାଇ ୨୪ଘଣ୍ଟା ମଧ୍ୟରେ ସମସ୍ତ ରାସ୍ତାକୁ ଗାଡି ଚଳାଚଳ ଉପଯୋଗୀ କରାଯାଇଥିଲା।
ସେହିପରି ଭଦ୍ରକ ଜିଲ୍ଲାର ମୋଟ ୮୦ଟି ରାସ୍ତା ମଧ୍ୟରୁ ୩୬ଟି, କେନ୍ଦ୍ରାପଡା ଜିଲ୍ଲାର ୯୮ଟି ରାସ୍ତା ମଧ୍ୟରୁ ୪୯ଟି, ଜଗତସିଂହପୁର ଜିଲ୍ଲାର ମୋଟ ୪୫ଟି ରାସ୍ତା ମଧ୍ୟରୁ ୨୫ଟି ଏବଂ ମୟୁରଭଞ୍ଜ ଜିଲ୍ଲାର ମୋଟ ୩୪ଟି ରାସ୍ତାରୁ ୩୦ଟି ରାସ୍ତା ବାତ୍ୟା 'ୟାସ'  ପ୍ରଭାବରେ କ୍ଷତିଗ୍ରସ୍ତ ହୋଇ ଯୋଗାଯୋଗ ବିଛିନ୍ନ ହୋଇଥିଲା। ଅନେକ ସ୍ଥାନରେ ବଡ ବଡ ଗଛ ପଡିବା ସହ ରାସ୍ତା ଅବରୋଧ ହେବା ସହ କିଛି ସ୍ଥାନରେ ରାସ୍ତା କଟି ଯୋଗାଯୋଗ ବ୍ୟାହତ ହୋଇଥିଲା।
ବିଭାଗ ପକ୍ଷରୁ ଏହିସବୁ ରାସ୍ତା ପାଇଁ ମୋଟ ୧୯୨ଟି ତ୍ୱରିତ ପ୍ରତିକ୍ରିୟା ଦଳ ଜରିଆରେ ଜେସିବି,ଇଲେକ୍ଟ୍ରିକ କଟର ଆଦି ଅତ୍ୟାଧୁନିକ ଯନ୍ତ୍ରପାତି ସାହାଯ୍ୟରେ ବାଧାପ୍ରାପ୍ତ ହୋଇଥିବା ସମସ୍ତ ରାସ୍ତାକୁ ସଫା ଓ ମରାମତି କରାଯାଇ ଯୋଗାଯୋଗକୁ ସ୍ବଭାବିକ କରାଯାଇ ପାରିଛି। ବିଭାଗ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇ ରାସ୍ତା ସଫା ହେବା ଫଳରେ ଗମନାଗମନରେ ସୁବିଧା ହେବା ସହ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ଯଥେଷ୍ଟ ସହଜ ହୋଇପାରିଛି। ସର୍ବୋଚ୍ଚ ଯନ୍ତ୍ରୀ ଏବଂ ମୁଖ୍ୟଯନ୍ତ୍ରୀଙ୍କୁ ମିଶାଇ ମୋଟ ୫ ଜଣ ବରିଷ୍ଠ ଅଧିକାରୀଙ୍କ ତତ୍ୱବଧାନରେ ଏହି କାର୍ଯ୍ୟ ସମ୍ପନ୍ନ ହୋଇଥିଲା।
 
             
 
 
powered by social2s