ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ ।ଅଦ୍ଧଶତାବ୍ଦୀ ରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତି ରେ ସକ୍ରିୟ ରହିଥିଲେ।

ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।

ମେ ୧୬ ରେ କୋଭିଡ ପଜିଟିଭ ଚିହ୍ନଟ ହେଲା ପରେ ହୋମ କ୍ବାରେଣ୍ଟାଇନ ରେ ଥିଲେ। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପୁଅ ଚନ୍ଦନ ଦାସ ସୂଚନା ଦେଇଛନ୍ତି।

 

powered by social2s