ଓଡ଼ିଶାରେ ଖସୁଛି ପାରଦ, ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶାରେ ପାରଦ ଖସୁଥିବା ଯୋଗୁ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ତ୍ରାହି ମିଳିଛି। ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ନବରଙ୍ଗପୁର, ନୟାଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ମୟୁରଭଞ୍ଜ, ରାୟଗଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ମଧ୍ୟ ତିନି ଦିନ ପାଇଁ ଆଲର୍ଟ ଜାରି କରାଯାଇଛି। ବିଭିନ୍ନ ମଡେଲରୁ ଜଣାପଡ଼ିଛି ଯେ ଜୁନ ୧୨ କିମ୍ବା ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ବର୍ଷା ହେବ ଓ ମୌସୁମୀ ଓଡିଶା ପ୍ରଵେଶ କରିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନି। ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ ମୌସୁମୀ ବର୍ଷା ଜାରି ରହିଛି।

powered by social2s