ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ ଭୁବନେଶ୍ୱର: ପୂର୍ବତନ ବିଧାୟକ, ବିଶିଷ୍ଟ ଶିକ୍ଷକ ନେତା, ରାଜ୍ୟ ବିହନ ନିଗମ ତଥା ରାଜ୍ୟ କାଜୁ ନିଗମର ପୂର୍ବତନ ଅଧକ୍ଷ ଶ୍ରୀ ବିକ୍ରମ କେଶରୀ ବର୍ମାଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ପ୍ରକାଶ କରିଛନ୍ତି I ଏକ ଶୋକ ବାର୍ତ୍ତାରେ ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତିଯେ ସ୍ୱର୍ଗତ ବର୍ମା ରାଜନୀତି ସହିତ ଶିକ୍ଷକତା ଓ ସମାଜସେବା ଭଳି ଅନେକ କ୍ଷେତ୍ରରେ ବେଶ ପାରଙ୍ଗମ ଥିଲେ I ମାହାଙ୍ଗା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ତାଙ୍କ ଅବଦାନକୁ ଲୋକେ ଆଜିବି ମନେ ରଖିଛନ୍ତି I ଜଣେ ଶିକ୍ଷକ ନେତା ଭାବେ ତାଙ୍କର ଅନେକ ଅବଦାନ ରହିଛି I ତାଙ୍କ ବିୟୋଗ ସମଗ୍ର ରାଜନୀତି ଜଗତ ପାଇଁ ଏକ ବିରାଟ କ୍ଷତି ବୋଲି ମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି I ଏଥିସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି I
ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କ ଶୋକ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

