ଭୁବନେଶ୍ୱର: ଓଡ଼ିଶାରେ କାଲିଠୁ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ୧୫ ଜିଲ୍ଲା ପାଇଁ ୟେଲୋ ଅଳେର୍ଟ ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର। ଜୁନ ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଜୁନ ୧୦ ରୁ ୧୪ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
powered by social2s

