ଭୁବନେଶ୍ୱର: ଭୁବନେଶ୍ୱର ଏମ୍ ସ୍ AIIMS ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ରରେ ଜଣେ station officer ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ SCB Medical College Cuttack, MKCG Medical College Berhampur ଏବଂ VIMSAR Burla ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତ୍ତମାନ ୩୩୮ ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।
powered by social2s

