ପୁରୀ: ପୂରୀରେ ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଭାବରେ ଚାଲିଛି। ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରଥ ନିର୍ମାଣ କାର୍ଯ୍ୟ। ଗତକାଲି ତିନି ରଥର ରଙ୍ଗ କାମ ସରିଛି। ପ୍ରତି ରଥ ସହିତ ଆମ୍ବୁଲାନ୍ସ ଓ ଡାକ୍ତରୀ ଦଳ ରହିବେ। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ପକ୍ଷରୁ ଆଜି ବଡ଼ଦାଣ୍ଡରେ ଫ୍ଲାଗ ମାର୍ଚ୍ଚ କରାଯାଇଛି। ଆଜିଠୁ ସେବାୟତ ଓ ଶ୍ରୀମନ୍ଦିର କର୍ମଚାରିଙ୍କର କୋଭିଡ ଟେଷ୍ଟ ଆରମ୍ଭ ହୋଇଛି। ସୂଚନା ଅନୁଯାୟୀ, ରଥଯାତ୍ରା ପୂର୍ବରୁ ୪,୦୦୦ ଆରଟିପିସିଆର ଟେଷ୍ଟ କରାଯିବ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।
powered by social2s

