ପୁରୀ: ରଥଯାତ୍ରା ଦିନ ପୁରୀରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର ୫ ଟି ଜିଲ୍ଳାରେ ପ୍ରବଳ ବର୍ଷା ହୋଇପାରେ ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, କୋରାପୁଟ ଓ ମାଲକାନଗିରି।ଉପକୂଳ ଉତ୍ତର ଓଡ଼ିଶାରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମାଧ୍ୟମ ଧାରଣର ବର୍ଷା ହୋଇପାରେ।
powered by social2s

