ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ; ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର: ଆଜି ସକାଳେ ଲଘୁଚାପର ରୂପ ନେଇଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ। ଏହା ପ୍ରଭାବରେ ଜୁଲାଇ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଜୁଲାଇ ମାସ ଆରମ୍ଭରୁ ଯେଉଁ ନିଅଣ୍ଟିଆ ବର୍ଷା ଲାଗିରହିଥିଲା ତାହା କିଛି ମାତ୍ରାରେ ଦୂର ହେବ ବୋଲି ଅନୁମାନ କରାଯାଉଛି। ରାଜ୍ୟରେ ଜୁନ ୧ ତାରିଖ ରୁ ଜୁଲାଇ ୨୧ ତାରିଖ ପର୍ଯ୍ୟନ୍ତ ୩୩୦.୬ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବଭାବିକ ବର୍ଷା ଠାରୁ କମ ରହିଛି। ଜୁଲାଇ ୨୭ ରୁ ଆଉ ଏକ ଲଘୁଚାପର ଆଶଙ୍କା ରହିଛି।
ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ; ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

