ଚଳିତ ବର୍ଷ ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ।

 

ଆଜି ଅପରାହ୍ନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।କୋଭିଡ ମାର୍ଗଦର୍ଶିକାର ସଠିକ ଅନୁପାଳନ କରାଯାଇ ସ୍ବଳ୍ପ ସଂଖ୍ୟକ ଅତିଥି,କୋଭିଡ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀ ଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବ। ସ୍ଵାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ।ଗୃହ ବିଭାଗ ଦ୍ଵାରା ଚିହ୍ନଟ ୟୁନିଟ-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆଂନୁସାଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ,ସ୍ୱାଧୀନତା ଦିବସ ଉତ୍ସବ ର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ ଯୋଦ୍ଧା ଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତ୍ରୁତ ଆଲୋଚନା ହୋଇଥିଲା।

ଚଳିତ ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ କୋଠା, ସରକାରୀ ଉଦ୍ୟଗ ଓ ପ୍ରମୁଖ କୋଠା ର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳ ର ସାନିଟାଇଜେସନ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ ନିୟନ୍ତ୍ରଣ କୁ ଡିସିପି , ଭୁବନେଶ୍ୱର ପରିଚାଳନା କରିବେ । ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇ ଠାରେ ବିଭିନ୍ନ ପକ୍ଷରୁ ଉତ୍ସବ ପାଳନ କରାଯିବ । ସେହିପରି ଆରଡିସି ଜୋନ ,ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ ନିୟମାବଳୀ ମଧ୍ୟରେ ସ୍ୱାଧୀନତା ଦିବସ ପାଳନ କରାଯିବ। 

 

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ , ଓଡ଼ିଶା ରିବ୍ୟୁ ଓ ଉତ୍କଳ ପ୍ରସଙ୍ଗର ସମ୍ପାଦକ ଡ଼. ଲେନିନ ମହାନ୍ତି , ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ , ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ପ୍ରମଦ କୁମାର ମଲ୍ଲିକ , ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁରେଶ କୁମାର ପରିଡ଼ା ଏବଂ ଉପନିର୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ଙ୍କ ସମେତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସରକାରୀ ନିର୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ।

 

powered by social2s