ହକି ପିଲାଙ୍କ ଗହଣରେ ବିଜୟ ଉତ୍ସବ ପାଳିଲେ କ୍ରୀଡ଼ାମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

 

ଭୁବନେଶ୍ୱର: ଭାରତୀୟ ପୁରୁଷ ହକି ଦଳ ଆଜି ଟୋକିଓ ଅଲମ୍ପିକରେ ବ୍ରୋଞ୍ଜ ପଦକ ହାସଲ କରିବା ପରେ କ୍ରୀଡା ଓ ଯୁବସେବା ତଥା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ତୁସରକାନ୍ତି ବେହେରା ଭାରତୀୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କଳିଙ୍ଗ ଷ୍ଟାଡିୟମ ପରିସରରେ ହକି ପିଲାଙ୍କ ଗହଣରେ ଉତ୍ସବ ପାଳନ କରିଛନ୍ତି।ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ଓଡିଶା ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରଯୋଜକ ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ପ୍ରତି ସମସ୍ତ ହକି ପ୍ରେମୀମାନଙ୍କ ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଆଜି ମନ୍ତ୍ରୀ ଶ୍ରୀ ବେହେରା କଳିଙ୍ଗ ଷ୍ଟାଡିୟମ ସ୍ଥିତ ହକି ହାଇପରଫର୍ମାନ୍ସ ସେଣ୍ଟର ପରିସରରେ ହକି ଖେଳାଳିଙ୍କୁ ମିଠା ଖୁଆଇବା ସହ ଅଲମ୍ପିକ ବିଜୟର ଉତ୍ସବ ପାଳନ କରିଥିଲେ।ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା କହିଲେ ଯେ ଭାରତୀୟ ପୁରୁଷ ହକି ଦଳ ଆଜି ନିଜର ଅଦମ୍ୟ ପରାକାଷ୍ଠା ସହ ଦୀର୍ଘ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ହାସଲ କରିଛି। ଆଜିର ଦିନ ସମଗ୍ର କ୍ରୀଡା ଇତିହାସରେ ଏକ ଗୌରବମୟ ଦିନ ହୋଇ ରହିବା ସହ ଆଗାମୀ ପିଢ଼ିର ଖେଳାଳିମାନଙ୍କୁ ବେଶ ପ୍ରେରଣା ଯୋଗାଇବ। ଆସନ୍ତାକାଲି ଭାରତୀୟ ମହିଳା ଦଳ ବ୍ରୋଞ୍ଜ ପଦକ ପାଇଁ ଖେଳିବାକୁ ଯାଉଥିବାବେଳେ ଆଜିର ଉତ୍ତଶାହ ସେମାନଙ୍କୁ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀ ବେହେରା ମତବ୍ୟକ୍ତ କରିଛନ୍ତି।

 

 

powered by social2s