ଭୁବନେଶ୍ୱର: ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସମ୍ବଲପୁର, ସୋନପୁର, ନୟାଗଡ଼, କଳାହାଣ୍ଡି, ଅନୁଗୁଳ, ଜଗତସିଂହପୁର ଓ ଗଞ୍ଜାମ ଆଦି ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା। ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ନୂଆପଡା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
powered by social2s

