ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: ଗତକାଲି ବାଣପୁର ର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣା ରେ ଗୁରୁତର ଆହତ ଜଣେ ବ୍ୟକ୍ତି ଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

 

ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏତଦବ୍ୟତୀତ ଏହି ଦୁର୍ଘଟଣାରେ  ଗୁରୁତର ଆହତ ହୋଇ  ଚିକିତ୍ସିତ  ହେଉଥିବା ଅନ୍ୟ  ଵ୍ୟକ୍ତି ମାନଙ୍କୁ  ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

 

ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣା ରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି ।

 

 

powered by social2s