ଭୁବନେଶ୍ୱର: କଠୋର ହେଲା ଟ୍ରାଫିକ ନିୟମ। ପ୍ରଥମ ଥର ନିୟମ ଉଲ୍ଲଙ୍ଘନରେ ବି ବାତିଲ ହୋଇଯିବ Driving License(DL), ତିନି ମାସ ପାଇଁ ଅସ୍ଥାୟୀ ଭାବେ ରଦ୍ଦ ହେବ Driving License(DL)।*
ଏଣିକି ଟ୍ରାଫିକ ନିୟମ ଉଲ୍ଲଙ୍ଘନ କଲେ ଆପଣଙ୍କୁ ବହୁମୂଲ୍ୟ ଦେବାକୁ ପଡିବ । ଏବେ ପ୍ରଥମ ଥର ପାଇଁ ନିୟମ ଉଲ୍ଲଙ୍ଘନ କଲେ ବି ଅସ୍ଥାୟୀ ଭାବେ ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ ।୩ ମାସ ପାଇଁ ଅସ୍ଥାୟୀ ଭାବେ ଲାଇସେନ୍ସ ରଦ୍ଦ କରିବାକୁ ରାଜ୍ୟର ସବୁ ପରିବହନ ଅଧିକାରୀ ବା RTO ମାନଙ୍କୁ ଚିଠି ଲେଖିଛନ୍ତି ପରିବହନ କମିଶନର ।
ହେଲମେଟ ନପିନ୍ଧି ଦୁଇ ଚକିଆ ଯାନ ଚଳାଇଲେ, ଗାଡି ଚଳାଇବା ବେଳେ ମୋବାଇଲ ବ୍ୟବହାର କଲେ, ମଦ ପିଇ ଗାଡି ଚଳାଇଲେ, ଅଧିକ ବେଗରେ ଗାଡି ଚଳାଇଲେ, ମାଲବାହୀ ଗାଡିରେ ଯାତ୍ରୀ ପରିବହନ କଲେ, ଅଧିକ ମାଲ୍ ପରିବହନ କଲେ, ଟ୍ରାଫିକ ପଏଣ୍ଟରେ ରେଡ ସିଗନାଲ ଭାଙ୍ଗିଲେ, ଭୁଲ୍ ଦିଗରୁ ଗାଡି ଚଳାଇଲେ ପ୍ରଥମ ଉଲ୍ଲଙ୍ଘନରେ ବି ଆପଣଙ୍କ ଲାଇସେନ୍ସ ରଦ୍ଦ ହେବ ।
ଆରଟିଓ ମାନଙ୍କୁ ଚିଠି ଲେଖି ପରିବହନ କମିଶନର କହିଛନ୍ତି ସୁପ୍ରିମକୋର୍ଟ କମିଟି ଏହି ନିର୍ଦ୍ଦେଶ ଦେଇଛନ୍ତି । ତେଣୁ ଏହାକୁ କଡାକଡି ଭାବେ ଲାଗୁ କରାଯିବ ।
କଠୋର ହେଲା ଟ୍ରାଫିକ ନିୟମ; ପ୍ରଥମ ଥର ନିୟମ ଉଲ୍ଲଙ୍ଘନରେ ବି ବାତିଲ ହୋଇଯିବ DL
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

