ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଆଜିଠୁ ଅଗଷ୍ଟ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତକାଲି ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଯୋଗୁଁ ସକ୍ରିୟ ହୋଇଛି ଦୁର୍ବଳ ଥିବା ମୌସୁମୀ ବାୟୁ। ଆଜି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଗଂଜାମ, ଗଜପତି, ନୟାଗଡ଼, ଅନୁଗୁଳ, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପଣିପାଗ ବିଜ୍ଞାନ କେନ୍ଦ୍ର।
powered by social2s

