ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଘୁର୍ଣ୍ଣିବଳୟ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ। ଅସାନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅସାନ୍ତାକାଲି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ସମୟରେ ୪୫ ରୁ ୫୫ କିମି ବେଗରେ ବହିବ ପବନ। ଝଟକା ପବନ ଘଣ୍ଟା ପ୍ରତି ୬୫ କିମି ହୋଇପାରେ। ସେପ୍ଟେମ୍ବର ୧୨ ରୁ ୧୪ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ମନା।

powered by social2s