ରବି ଫସଲ ପାଇଁ ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times
 

 

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି ।  ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି ।

 

 

ପବିତ୍ର ନୂଆଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି  ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା । ସାରା ରାଜ୍ୟର ସମସ୍ୟା ।

 

ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି।

 

MSP ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ସେ କହିଛନ୍ତି ।

 

ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା  ହୋଇଛି । ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

 

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀ ମାନଙ୍କୁ ନୂଆଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଖାଇ ହେଉଛି ମାଟି ମା ର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମା ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଥିଲେ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

 

ନୟାଗଡ଼ ରୁ କାର୍ଯ୍ୟକ୍ରମରେ ଯୋଗ ଦେଇ କୃଷି ମନ୍ତ୍ରୀ  ଶ୍ରୀ ଅରୁଣ ସାହୂ ସରକାର ଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ମତ ଦେଇଥିଲେ ।

 

କାର୍ଯ୍ୟକ୍ରମରେ ସେମାନଙ୍କ ମତ ରଖି ସମ୍ଵଲପୁର ର ମକରଧ୍ବଜ ମେଣ୍ଡଳି ବରଗଡର ଲାସିମା ବିଶ୍ବାଳ  ,ରାଧାକାନ୍ତ ବଲାଙ୍ଗୀର ର  ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ଫ୍ରଶସା କରିଥିଲେ ଏବଂ ଏହି ଯୋଜନା ରେ ଠିକ ସମୟରେ ସହାୟତା ମିଳୁଥବାରୁ  ଆଉ ଧାର କରଜ  କରିବା କୁ ପଡୁନାହିଁ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

 

କୃଷି ସଚିବ ଶ୍ରୀ ଏସ୍ କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

   

 

 

 

powered by social2s