ଉକ୍ତଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

ଭୁବନେଶ୍ୱର: ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ରେ ରେଡ଼କ୍ରସ ସହଯୋଗରେ ଏକ ରକ୍ତଦାନ ଶିବିର ଆଜି ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିର କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ରକ୍ତଦାନର ମହତ୍ଵ ସମ୍ପର୍କରେ ଆଲୋକପାତ କରିବା ସହ ନିୟମିତ ବ୍ୟବଧାନରେ ଏହିଭଳି ଶିବିର ଆୟୋଜକ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସ୍ନାତକୋତ୍ତର ପରିଷଦର ଅଧିକାରୀ ପ୍ରଫେସର ଜଗନ୍ନାଥ କୁଅଁର, ଯୁବ ରେଡ଼କ୍ରସ ଅଧିକାରୀ ଡ଼ଃ ସୁଶୀଲ କୁମାର ପଟ୍ଟନାୟକ, କାର୍ଯ୍ୟକ୍ରମ ସଂଯୋଜକ ଡ଼ଃ ଚକ୍ରଧର ବେହେରା, ଅଧ୍ୟାପକ ଡ଼ଃ ଆଶିଷ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ।ଏହି ଶିବିରରୁ ୩୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିରକୁ କାର୍ଯ୍ୟକ୍ରମ ଅଧିକାରୀ ଡ଼ଃ ସନ୍ଦୀପ କୁମାର ରାଉତ ପରିଚାଳନା କରିଥିଲେ।

   

 

powered by social2s