ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଦୁଃଖ ପ୍ରକାଶ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: କର୍ତ୍ତବ୍ୟରତ ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଓ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, "କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୁରଣିୟ କ୍ଷତି। ତାଙ୍କ ଆତ୍ମାର ସଦ୍ଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।" ଓଟିଭିର ବରିଷ୍ଠ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦୁଃଖଦ ବିୟୋଗରେ ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କ ବିୟୋଗ ରାଜ୍ୟ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ସେ ଜଣେ ନିର୍ଭିକ ଓ ଦୁଃସାହସିକ ସାମ୍ବାଦିକ ଥିଲେ ଯିଏ ବିପତ୍ତି ଓ ବିପର୍ଯ୍ୟୟ ବେଳେ ଟିକିନିଖି ଖବର ଦେବା ସହ ବିପନ୍ନଙ୍କ ସମସ୍ୟାରେ ଛିଡା ହେଉଥିଲେ । ଆଜି ମୁଣ୍ଡୁଳି ବ୍ୟାରେଜ ଠାରେ ହାତୀ ଉଦ୍ଧାର କାର୍ଯ୍ୟର ସମ୍ବାଦ ପରିବେଷଣ ସମୟରେ ଶ୍ରୀ ଦାସଙ୍କ ଅକାଳ ବିୟୋଗ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ମନ୍ତ୍ରୀ ଶ୍ରୀ ନାୟକ ଅରିନ୍ଦମଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି ବୋଲି ଶୋକବାର୍ତ୍ତାରେ କହିଛନ୍ତି ।

powered by social2s