ଭୁବନେଶ୍ୱର: ଭୁବନେଶ୍ୱର ଏୟାରପୋର୍ଟ ଛକ ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଙ୍କ ବହିଷ୍କାର ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିକ୍ଷୋଭକାରୀ ଫରେଷ୍ଟ ପାର୍କ ନିକଟରୁ ଏକ ରାଲି କରି ନବୀନ ନିବାସ ଅଭିମୁଖେ ଗଲାବେଳେ ପୋଲିସ ଅଟକାଇ ଥିଲା । ଏହାପରେ ଦଳୀୟ କର୍ମୀ ମାନେ ପୋଲିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ଼ କରିଥିବା ସୂଚନା ମିଳିଛି । ଏହି ଘଟଣାରେ ପାଖାପାଖି ୧୦୦ ଜଣ ଛାତ୍ର କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି ପୋଲିସ୍ । ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ କହିଛନ୍ତି ଯେ ଛାତ୍ର କଂଗ୍ରେସ କର୍ମୀ ମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଛନ୍ତି । ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
powered by social2s

