ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଂକା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ଏହାର ଆଂଶିକ ପ୍ରଭାବ ପଡ଼ିବ ବୋଲି ସୂଚନା ମିଳିଛି । ଆଜିଠୁ ନଭେମ୍ବର ୨ ତାରିଖ ଯାଏଁ ରାଜ୍ୟରେ ପାଗ ପରିବର୍ତ୍ତନ ଦେଖାଯିବ । ରାଜ୍ୟର ୭ ଟି ଜିଲ୍ଲାରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର । ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ବହିପରେ ।

powered by social2s