ଭୁବନେଶ୍ୱର: ଓଡିଶାରେ ଲଗାଣ ବର୍ଷା ନେଇ ସବୁ ଜିଲ୍ଲାପାଳ ଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି)। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ । ଜନସାଧାରଣ ପକ୍ଷେ କେମିତି ସତର୍କ ସୂଚନା ପହଁଚିବ ସେନେଇ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛି ଅଘଟଘ ଘଟିଲେ ସ୍ୱତନ୍ତ୍ର ରିଲିଫ କମିଶନର ଙ୍କ କାର୍ଯ୍ୟାଳୟ କୁ ଜଣାଇବାକୁ କୁହାଯାଇଛି। ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା। ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଦମାଳ।
powered by social2s

