ଭୁବନେଶ୍ୱର: ଭାରତୀୟ ସ୍ଥଳ ସେନା ଉପମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ୍ ଭାବେ ଦ୍ୱାୟିତ୍ୱରେ ଥିବା ଓଡ଼ିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚଣ୍ଡି ପ୍ରସାଦଙ୍କୁ ସେନାରେ ଉଲ୍ଲେଖନୀୟ ସେବା ପ୍ରଦାନ କ୍ଷେତ୍ରରେ ଏହି ପଦକ ପ୍ରଦାନ କରିଛନ୍ତି । ସେନାରେ ନିଜ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତୀୟ ସେନାରେ ୪୨ତମ ଉପମୁଖ୍ୟ ହେବେ ଲେପ୍ଟନାଣ୍ଟ ଜେନେରାଲ ହେଉଛନ୍ତି ଚଣ୍ଡୀ ପ୍ରସାଦ ମହାନ୍ତି ।
ରାଷ୍ଟ୍ରୀୟ ଇଣ୍ଡିଆନ୍ ମିଲିଟାରି କଲେଜ୍, ଡେରାଡୁନ୍, ନ୍ୟାସନାଲ୍ ଡିଫେନ୍ସ ଏକାଡେମି, ଖଡକୱାସଲା ଏବଂ ଇଣ୍ଡିଆନ୍ ମିଲିଟାରି ଏକାଡେମି, ଡେରାଡୁନରୁ ସଫଳତା ପୂର୍ବକ ନିଜର ଶିକ୍ଷା ଓ ତାଲିମ ଶେଷ କଲାପରେ ଲେଫଟନାଣ୍ଟ ଜେନେରାଲ୍ ଚଣ୍ଡୀ ପ୍ରସାଦ ମହାନ୍ତିଙ୍କୁ ୧୨ଜୁନ୍ ୧୯୮୨ରେ ରାଜପୁତ ରେଜିମେଣ୍ଟରେ ନିଯୁକ୍ତ କରାଯାଇଥିଲା। ନିଜର ଦୀର୍ଘ ଚାରି ଦଶନ୍ଧିର କାର୍ୟ୍ୟକାଳ ମଧ୍ୟରେ ଭାରତୀୟ ସ୍ଥଳସେନାର ଜଣେ ଦକ୍ଷ ଜେନେରାଲ୍ ଭାବେ ଅତ୍ୟନ୍ତ ଦାୟିତ୍ୱ ସଂପନ୍ନ ଭାବେ ଦାୟିତ୍ୱ ତୁଲାଇବା ସହ ଦେଶର ଅଖଣ୍ଡତାକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ନିରନ୍ତର ଭାବେ କାର୍ୟ୍ୟ କରି ଆସିଥିଲେ।
ସୀମାନ୍ତର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ- କଶ୍ମୀରରେ ଏବଂ ପରେ ଉତ୍ତର ପୂର୍ବରେ ଲାଇନ୍ ଅଫ୍ କଣ୍ଟ୍ରୋଲରେ ନିୟୋଜିତ ବାଟାଲିୟନର ବ୍ରିଗେଡ୍ କମାଣ୍ଡର ତାଙ୍କର କାର୍ୟ୍ୟ ଉଲ୍ଲେଖନୀୟ ରହିବା ସହ ଅନ୍ୟମାନଙ୍କ ପାଇଁ ଉହାହାରଣ ହୋଇ ରହିଥିଲା। ଚୀନ୍ ସହ ସୃଷ୍ଟି ହୋଇଥିବା ଡୋକଲାମ ବିବାଦ ପରେ ସିକ୍କିମ୍ ଆଧାରିତ ତ୍ରିଶକ୍ତି କର୍ପସକୁ ନିର୍ଦ୍ଦେଶ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ ଲେଫଟନାଣ୍ଟ ଜେନେରାଲ୍ ଚଣ୍ଡୀ ପ୍ରସାଦ ମହାନ୍ତି। ଯୋଧପୁର ସବ୍ ଏରିଆର ଜଣେ ମେଜର ଜେନେରାଲ୍ ଭାବରେ ଏବଂ ଲେଫଟନାଣ୍ଟ ଜେନେରାଲ୍ ଭାବରେ ଉତ୍ତର ଭାରତର ସୁରକ୍ଷା କ୍ଷେତ୍ରରେ ମଧ୍ୟ ତାଙ୍କର ବିଶେଷ ଯୋଗଦାନ ରହିଥିଲା।
ଭାରତୀୟ ସ୍ଥଳ ସେନା ଉପମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ୍ ଭାବେ ଦ୍ୱାୟିତ୍ୱରେ ଥିବା ଓଡ଼ିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

