ଭୁବନେଶ୍ୱର: ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଦୁର୍ଘଟଣା ରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଖବର ଅନୁଯାୟୀ, ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳର ପ୍ରାୟ ୨୦ଜଣ ଏକ ବସ୍ ଯୋଗେ ପିକନିକରେ ଯାଇଥିବା ସମୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ଖୋର୍ଦ୍ଧା ବାଲୁଗାଁ ଓଭରବ୍ରିଜ୍ ନିକଟରେ ବସ୍ଟି ଅଟକି ରହି ଯାତ୍ରୀ ମାନେ ପରିସ୍ରା କରିବା ବେଳେ ପଛପଟୁ ଆସି ଟ୍ରକଟି ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣଙ୍କର ମେଡିକାଲରେ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ମୋଟ୍ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଥିଲେ ।
ଗଞ୍ଜାମର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା
Typography
- Smaller Small Medium Big Bigger
- Default Helvetica Segoe Georgia Times
- Reading Mode
powered by social2s

